ଆମ ଗାଁ ଆମ ବିକାଶ : ୩୬ ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ମଂଜୁରୀ

0
950
Naveen patnaik
Naveen patnaik
ଭୁବନେଶ୍ୱର : ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦିନ ୩୬ଟି ପ୍ରକଳ୍ପକୁ ମଂଜୁରୀ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡିବା ସହିତ ମଂଜୁର ହୋଇଥିବା ପ୍ରକଳ୍ପ ଗୁଡିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବରେ କରିବା ପାଇଁ ପରାମର୍ଶ ଦେଇଥିଲେ ।
ନବରଙ୍ଗପୁର ଜିଲ୍ଲାର ଝରିଗାଁ ଗ୍ରାମ ପଂଚାୟତ , ସୋନପୁର ଜିଲ୍ଲାର ହିଲୁଙ୍ଗା ଗ୍ରାମ ପଂଚାୟତ , ମୟୁରଭଂଜର ସାନଖୁଂଟା ଓ ନୟାଗଡ ଜିଲ୍ଲାର କୋରଡା ଗ୍ରାମ ପଂଚାୟତ ପାଇଁ ୧ କୋଟି ୩୬ ଲକ୍ଷ ଟଙ୍କାର ୩୬ଟି ପ୍ରକଳ୍ପକୁ ମଂଜୁରୀ ଦେଇଛନ୍ତି ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗ୍ରାମ ବିକାଶ କାର୍ଯ୍ୟକ୍ରମର ସଫଳତା ପାଇଁ ଲୋକଙ୍କ ସହଯୋଗ ଲୋଡିବା ସହିତ ମଂଜୁର ହୋଇଥିବା ପ୍ରକଳ୍ପ ଗୁଡିକର କାର୍ଯ୍ୟକୁ ଶୀଘ୍ର ଏବଂ ଭଲ ଭାବରେ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ନବରଙ୍ଗପୁର ଜିଲ୍ଲାର ଝରିଗାଁ ଗ୍ରାମ ପଂଚାୟତର ୩୪ ଲକ୍ଷ ଟଙ୍କାରେ ୧୧ଟି , ସୋନପୁର ଜିଲ୍ଲାର ହିଲୁଙ୍ଗା ଗ୍ରାମପଂଚାୟତର ୩୩ ଲକ୍ଷ ଟଙ୍କାରେ ୭ଟି , ମୟୁରଭଂଜ ଜିଲ୍ଲାର ସାନଖୁଂଟା ଗ୍ରାମ ପଂଚାୟତର ୩୫ ଲକ୍ଷ ଟଙ୍କାରେ ୯ଟି ଏବଂ ନୟାଗଡ ଜିଲ୍ଲାର କୋରଡା ଗ୍ରାମ ପଂଚାୟତର ୩୪ ଲକ୍ଷ ଟଙ୍କାରେ ୯ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମଂଜୁର କରିଛନ୍ତି ।

ଭିଡ଼ିଓ କନଫରେନସିଂ ଦ୍ୱାରା ପ୍ରଥମେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ଗ୍ରାମ ପଂଚାୟତ ଗୁଡ଼ିକର ସରପଂଚମାନଙ୍କୁ ସେମାନଙ୍କ ଗାଁର ବିକାଶ ଯୋଜନା ସମ୍ପର୍କରେ ଉପସ୍ଥାପନା କରିବା ପାଇଁ କହିଥିଲେ ଏବଂ ସେମାନଙ୍କ ଠାରୁ ପଂଚାୟତ ଭିତିଭୂମି ବିକାଶ ପାଇଁ ଆସିଥିବା ପ୍ରସ୍ତାବ ଗୁଡ଼ିକୁ ବିଚାର କରି ତୁରନ୍ତ ମଞ୍ଜୁରୀ ପ୍ରଦାନ କରିଥିଲେ । ଗାଁର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କର ଏହି ଅଭିନବ ପ୍ରୟାସ ପାଇଁ ସ୍ଥାନୀୟ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସୂଚନାଯୋଗ୍ୟ ମାର୍ଚ୍ଚ ୫ ତାରିଖରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସପ୍ତାହକୁ ଦୁଇ ଦିନ ବିଭିନ୍ନ ପଂଚାୟତର ଜନସାଧାରଣଙ୍କୁ ଭେଟି ସେମାନଙ୍କ ଗାଁର ବିକାଶ ସଂପର୍କରେ ଆଲୋଚନା କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ସଂପୃକ୍ତ ଅଂଚଳର ନିର୍ବାଚିତ ପ୍ରତିନିଧି, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ ଓ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଯୋଗ ଦେଇଥିଲେ ।