ଭୁବନେଶ୍ୱର : ଚାରିଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳନ ପାଇଁ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଥିବା ପ୍ରସ୍ତୁତି କମିଟି ବୈଠକରେ ଯୋଗ ଦେବ ।
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀ ଗସ୍ତ କରିବେ । ଏହି ଚାରିଦିନିଆ ଗସ୍ତରେ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବାବେଳେ ଆସନ୍ତାକାଲି ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳନ ପାଇଁ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଥିବା ପ୍ରସ୍ତୁତି କମିଟି ବୈଠକରେ ଯୋଗ ଦେବ । ସେ ଆସନ୍ତା ୪ ତାରିଖରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ନେଇ ସୂଚନା ମିଳିଛି ।