ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

0
792

ବଣାଇ:ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କଟାଖଣ୍ଡି ବସ୍ତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି।  ଏହି ଘଟଣାରେ ବଣାଇ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ସେହି ଅଞ୍ଚଳର ଦୁଇ ଯୁବକ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଛି।  ଯୁବତୀ ଜଣକ ଗର୍ଭବତୀ ହୋଇଥିବା ଜାଣିବା ପରେ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହୋଇଛନ୍ତି।