ନିରଞ୍ଜନ ପଟ୍ଟନାୟକ ହେଲେ ପ୍ରଦେଶ କଂଗ୍ରେସ କମିଟି ସଭାପତି

0
909
niranjan patnaik
niranjan patnaik

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। କାର୍ଯ୍ୟକାରୀ ସଭାପତି ଭାବେ  ବିଧାୟକ ନବ ଦାସ, ଚିରଞ୍ଜିବୀ ବିଶ୍ୱାଳ ଓ ପୂର୍ବତନ ସାଂସଦ ପ୍ରଦୀପ ମାଝିଙ୍କୁ  ନିଯୁକ୍ତି ମିଳିଛି।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସଙ୍କୁ ପ୍ରଚାର କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଆଗାମୀ ୨୦୧୯ ନିର୍ବାଚନକୁ ଆଖିରେ ରଖି ଏହି ପରିବର୍ତ୍ତନ କଂଗ୍ରେସ ହାଇକମାଣ୍ଡ କରିଛନ୍ତି ବୋଲି ରାଜନୈତିକ ବିଶ୍ଲେଷକ ମତ ଦେିଛନ୍ତି। ଓଡ଼ିଶା କଂଗ୍ରେସର ସଂଯୋଜନା କମିଟିର ଅଧ୍ୟକ୍ଷ ଭାବେ ପ୍ରଭାରୀ ଜିତେନ୍ଦ୍ର ସିଂଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଏହି କମିଟିର ଆବାହକ ଭାବେ ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପଟ୍ଟନାୟକଙ୍କୁ ଅବସ୍ଥାପିତ କରାଯାଇଛି। ସେହିପରି ପିିସିସି କୋର କମିଟିର ଅଧ୍ୟକ୍ଷ ଭାବେ ଜୟଦେବ ଜେନା ଓ ଆବାହକ ଭାବେ ଶରତ ପଟ୍ଟନାୟକଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ ରାଜ୍ୟ କଂଗ୍ରେସର ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ପୂର୍ବତନ ମନ୍ତ୍ରୀ ଶରତ ରାଉତଙ୍କୁ ଆବାହକ ନିଯୁକ୍ତି ଦିଆଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କୁ ଶୃଙ୍ଖଳା କମିଟିର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି।