୧୦ଟି ଜିଲ୍ଲାକୁ କାଳବୈଶାଖୀ

0
933
thunder storm
thunder storm

ଭୁବନେଶ୍ୱର : କାଳବୈଶାଖୀ ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ଘରୁ ନବାହାରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

କାଳବୈଶାଖୀ ନେଇ ୧୦ଟି ଜିଲ୍ଲାକୁ ସନ୍ଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜିଲ୍ଲା ଗୁଡିକ ହେଲା, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବରଗଡ଼। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ହେବାର ସମ୍ଭାବନା ଥିବାରୁ ଘରୁ ନବାହାରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।