ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ।
ସାରା ରାଜ୍ୟରେ ଲଘୁଚାପ ଜିନିତ ବର୍ଷା ଲାଗି ରହିଛି। ଏ ବର୍ଷା ଆଗକୁ ବି ଜାରି ରହିବ। ମିଳିଥିବା ସୂଚନା ଅନୁଯାୟୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ। ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି।