ପରଲୋକରେ ବଂଶୀଧର ପଣ୍ଡା

0
441
bansidhar panda
bansidhar panda
ଭୁବନେଶ୍ୱର :ଶିଳ୍ପପତି   ବଂଶୀଧର ପଣ୍ଡାଙ୍କର ଆଜି ପରଲୋକ ହୋଇଯାଇଛି ।   ଶ୍ରୀ ପଣ୍ଡାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି । ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ଦେହାନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏହା ସହିତ ବହୁ ରାଜ ନେତା ଓ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।
ଓଡ଼ିଶା ଶିଳ୍ପ ଜଗତର ଭୀଷ୍ମ ପିତାମହ ବଂଶୀଧର ପଣ୍ଡାଙ୍କର ଦେହାନ୍ତ ହୋଇଯାଇଛି । ତାଙ୍କର ଭୁବନେଶ୍ୱରସ୍ଥିତ ବାସଭବନରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶ୍ରୀ ପଣ୍ଡାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି । ସେ ମର୍ମାହତ । ଓଡିଶାର ଶିଳ୍ପାୟନରେ ଯୁବକ ମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ଓଡିଶା ଆଗରେ ସେ ଏକ ଦିଶା ଦେଖେଇଥିଲେ ବୋଲି ଧର୍ମେନ୍ଦ୍ର କହିଛନ୍ତି । ସେ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଶ୍ରୀ ପଣ୍ଡାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି । ଅନ୍ୟପକ୍ଷରେ ନିରଞ୍ଜନ ପଟ୍ଟନାୟକ, ବିଜେପି ନେତା ବିଜୟ ମହାପାତ୍ର ପ୍ରମୁଖ ତାଙ୍କ ବାସଭବନରେ ପହଁଚି ତାଙ୍କ ପାର୍ଥିବ ଶରୀରକୁ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ବଂଶୀଧରଙ୍କ ପୁଅ ସାଂସଦ ବୈଜୟନ୍ତ ପଣ୍ଡା ଓ ପରିବାର ବର୍ଗ ତାଙ୍କ ନିକଟରେ ଉପସ୍ଥିତ ଅଛନ୍ତି ।