ଆନନ୍ଦପୁର : କେନ୍ଦୁଝର ଜିଲ୍ଲାରେ ପୋଲ ତଳକୁ ଟ୍ରକ ଖସି ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିବାବେଳେ ହେଲପର ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି ।
କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବେଲବାହାଳି ଅଂଚଳର କୁଶେଇ ସେତୁରେ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି । ଟ୍ରକଟି ପୋଲ ତଳକୁ ଖସି ପଡିଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ କି, ୨୦ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କର ମୃତ୍ୟୁ ହୋଇଥିବାବେଳେ ହେଲପର ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି । ହେଲପର ଜଣକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତି କରାଯାଇଛି । ତେବେ ଟ୍ରକଟି ଲୁହାପଥର ନେଇ ପାରାଦୀପ ଯାଉଥିବାବେଳେ ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ ପୋଲିସ୍ ପହଂଚି ଟ୍ରକକୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।