ଦକ୍ଷିଣ ଓଡ଼ିଶାରେ ଆଜିଠୁ ପ୍ରବଳ ବର୍ଷା

0
345
monsoon rain
monsoon rain

ଭୁୁବନେଶ୍ୱର : ଆଜିଠୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ଆଶା କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ୧୩ ତାରିଖ ପରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ଏବେଠାରୁ ଆକଳନ କରିଛି ।

ହେବାର ଆଶା କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏଥିରୁ ଗୋଟିଏ କିମ୍ବା ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ । ଉତ୍ତର ବଙ୍ଗୋପ ସାଗରରେ ବି ଘର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏତଦ ବ୍ୟତୀତ ଆଭ୍ୟନ୍ତରୀଣ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ବର୍ଷା ରାଜ୍ୟର ସବୁ ସ୍ଥାନକୁ ଛୁଇଁବ । ଆଗାମୀ ୧୩ ତାରିଖ ବେଳକୁ ବଙ୍ଗୋପସାଗର ଓ ଏହାର ଆଖପାଖ ଅଂଚଳରେ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ଏବେଠାରୁ ଆକଳନ କରିଛି ।

ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ସମ୍ବଲପୁର, ବରଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼, ଭଦ୍ରକ, ବାଲେଶ୍ୱର ଜିଲ୍ଲାରେ ବର୍ଷା ହୋଇପାରେ । କିଛି ସ୍ଥାନରେ ୬୦ ମିମିରୁ ଅଧିକ ବର୍ଷା ହୋଇପାରେ । ପାଣିପାଗ ନେଇ ଓୟୁଏଟି କୁଳପତି ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଆଗାମୀ ୨ ଦିନ ଭିତରେ ଦକ୍ଷିଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗାମୀ ୧୨ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ବର୍ଷା ହେବାର ଆକଳନ କରାଯାଉଛି । ବର୍ଷା ୧୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆଶା କରାଯାଉଛି ।