୫ରୁ ପ୍ରବଳ ବର୍ଷା

0
366
heavy rainfall
heavy rainfall

ଭୁୁବନେଶ୍ୱର : ଜୁଲାଇ ୫ରୁ ରାଜ୍ୟର  ପ୍ରବଳ ବର୍ଷା ହୋଇ ପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ବର୍ଷା ଆହୁରି ଅଧିକ ହୋଇପାରେ । ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

ଗୋଟିଏ ଦିନ ପରେ ବର୍ଷା ଫେରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବିଶାଳ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଫଳରେ ଆଗାମୀ ଜୁଲାଇ ୫ରୁ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇ ପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ୬ ତାରିଖ ବେଳକୁ ବର୍ଷାର ପରିମାଣ ବଢ଼ିବ ଓ କିଛି ଅଂଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ବର୍ଷା ଆହୁରି ଅଧିକ ହୋଇପାରେ । ପ୍ରାୟ ୫୦ରୁ ଅଧିକ ସ୍ଥାନରେ ବର୍ଷାର ପରିମାଣ ଅଧିକ ରହିବ । ସେହିଭଳି କିଛି ସ୍ଥାନରେ ୧୦ସେମିରୁ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ମଧ୍ୟ ସୃଷ୍ଟି ହୋଇପାରେ ।

ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ୭ ତାରିଖ ବେଳକୁ ବର୍ଷାର ଭୟଙ୍କର ରୂପ ଦେଖାଯାଇ ପାରେ । ଏହା ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଶେଷଜ୍ଞଙ୍କ ଆକଳନ ଅନୁସାରେ ୭ରେ ବର୍ଷାର ପରିମାଣ ବଢ଼ିବ । ଉପକୂଳ ଅପେକ୍ଷା ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ।